ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଦିନକରେ ୧୨,୧୯୩ ଚିହ୍ନଟ

ନୂଆଦିଲ୍ଲୀ ୨୨/୦୪ : ଗତ କିଛି ଦିନ ମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି । ଗତ ୨୪ ଘଣ୍ଟାରେ ଆଉ ୧୨ ହଜାର ୧୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କସଂଖ୍ୟା ୪, ୪୮,୮୧,​‌ ୮୭୭ରେ ପହଞ୍ଚିଛି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୫୫୬କୁ ବୃଦ୍ଧି ପାଇଛି । ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୪୨,୮୩,୦୨୧କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ ଦିନକରେ ୪୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୩୦୦ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ଦେଶରେ ୨,୨୦,୬୬,୧୦,୧୫୩ କୋଟିରୁ ଅଧିକ ଡୋଜ କରୋନା ଟିକା ଦିଆଯାଇଛି।