କଟକରେ କର୍ଫ୍ୟୁ ବଳବତ୍ତର : ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

ଭୁବନେଶ୍ୱର, ୦୭/୧୦ : କଟକରେ ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ସହର ସାରା ପୋଲିସ ଛାଉଣୀ ରହିଛି । ଛକ ଛକରେ ପଇଁତରା ମାରୁଛନ୍ତି ସୁରକ୍ଷା ବଳ । ପାଟ୍ରୋଲିଂ ଓ ଚେକିଂ ଜାରି ରହିଛି । କିଛି ସ୍ଥାନରେ ରାସ୍ତା କଡ଼ରେ ଥିବା ଦୋକାନ ଖୋଲିଛି । ଜରୁରୀ ସେବା ପାଇଁ ପରିଚୟପତ୍ର ଯାଞ୍ଚ କରି ଛଡ଼ାଯାଉଛି । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଛି । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଛି ଓଡ଼ିଶା ପୋଲିସ । ଗତ ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

SBI_Festive_Digital Billboard