ଭୁବନେଶ୍ୱର, ୧୩/୧୧ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ୧୬ ନଭେମ୍ବର ସନ୍ଧ୍ୟା ବେଳକୁ ମଧ୍ୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜି ସକାଳ ସାଢେ ୮ଟା ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏହି ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୧୪ ନଭେମ୍ବରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ୧୫ ନଭେମ୍ବର ସକାଳ ବେଳକୁ ଏହା ସେହି ଅଞ୍ଚଳରେ ଏକ ଗଭୀର ଅବପାତରେ ପରିଣତ ହେବ। ଏହା ପରେ ଏହି ପ୍ରଣାଳୀ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୬ ନଭେମ୍ବର ସନ୍ଧ୍ୟା ବେଳକୁ ମଧ୍ୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପ୍ରଣାଳୀର ଗତିପଥ ଓ ତୀବ୍ରତା ଉପରେ ନିରନ୍ତର ନଜର ରଖୁଛି । ଆଗାମୀ ସମୟରେ ଆବଶ୍ୟକ ସୂଚନା ଜାରି କରାଯିବ। ଉପକୂଳ ଅଞ୍ଚଳର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।