ଭୁବନେଶ୍ୱର, ୦୫/୦୮ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବ ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
