ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ 

0

ଭୁବନେଶ୍ୱର, ୧୪/୧ : ଡିଏଭି ପୋଖରୀପୁଟରେ ଆଧୁନିକ ଓଡ଼ିଆ କଥା ସାହିତ୍ୟର ଜନକ ତଥା ଓଡ଼ିଆ ଜାତିର ଅଭ୍ୟୁତ୍‌ଥାନର କର୍ଣ୍ଣଧାର ବ୍ୟାସକବି ଫକୀରମୋହନଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଡିଏଭି ଆଞ୍ଚଳିକ ନିର୍ଦ୍ଦେଶାଳୟ, ଓଡ଼ିଶାର ସହଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷା ଡ.ସୁଜାତାଙ୍କ ପ୍ରରୋଚନାରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଦ୍ୱାରା ବ୍ୟାସକବିଙ୍କ ଜୟନ୍ତୀକୁ ଅତ୍ୟନ୍ତ ସଦ୍‌ଭାବନାର ସହିତ ପାଳନ କରାଯାଇଛି । ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ଶୁଭ୍ରାଂଶୁ ମୋହନ ଦାଶ ପ୍ରଦୀପ ପ୍ରଜ୍ୱଳନପୂର୍ବକ ବ୍ୟାସକବିଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ନରୋତ୍ତମ ଷଡ଼ଙ୍ଗୀ ଫକୀରମୋହନଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ବରିଷ୍ଠ କିରାଣୀ କ୍ଷେତ୍ରମୋହନ ମହାପାତ୍ର ପ୍ରଦୀପ ପ୍ରଜ୍ୱଳନ ମନ୍ତ୍ରପାଠ କରିବା ସହିତ ବୈଦିକ ଶ୍ଳୋକରେ ପରିବେଶକୁ ମନ୍ତ୍ରମୁଗ୍ଧ କରିଥିଲେ । ଫକୀରମୋହନଙ୍କ ରଚିତ ଛ’ମାଣ ଆଠ ଗୁଣ୍ଠ , ମାମୁ , ଲଛମା ଓ ପ୍ରାୟଶ୍ଚିତ ଉପନ୍ୟାସଗୁଡ଼ିକର ଭାବବସ୍ତୁ ଉପରେ ଆଲୋକପାତ କରାଯାଇଥିଲା ।

ଉପସ୍ଥିତ ବିଦ୍ୟାର୍ଥୀମାନଙ୍କ ମଧ୍ୟରୁ ଏହି ଉପନ୍ୟାସଗୁଡ଼ିକରୁ କିଛି ସଂଳାପ ଶିବାଙ୍ଗୀ ସ୍ୱୟମ୍‌ସିଦ୍ଧା , ଶ୍ରେୟାଂଶୀ ସଲୋନିକା , ସୁରଭି ଶତ୍ରୁଶଲ୍ୟା , ରାଜଦୀପ ଶାନ୍ତି ଓ ଓମ୍‌କେଶ୍ୱର ପ୍ରଧାନ ଉପସ୍ଥାପନ କରିଥିଲେ । ଶିକ୍ଷକ ଶ୍ରୀଯୁକ୍ତ କେଶବ ଚନ୍ଦ୍ର ପ୍ରଧାନ ବ୍ୟାସକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସଭିଙ୍କୁ ଶପଥ ପାଠ କରାଇଥିଲେ । ଓଡ଼ିଆ ବିଭାଗର ସଂଯୋଜିକା ଝରଣା ମିଶ୍ର ସଭିଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ । ପରିଶେଷରେ ଶିକ୍ଷୟିତ୍ରୀ କ୍ଷଣପ୍ରଭା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।

SBI AD
Leave A Reply

Your email address will not be published.