ଦୁବାଇ : ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ତ୍ରୟୋଦଶତମ ସଂସ୍କରଣର ସୋମବାର ୧୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମାର୍କସ ଷ୍ଟୋଇନିସଙ୍କ ବିସ୍ଫୋରକ ଅପରାଜିତ ୫୩ ରନ ଓ ପୃଥ୍ଵୀ ସଙ୍କ ୪୨ ରନ ସହାୟତାରେ ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୪ ଓ୍ଵିକେଟ୍ ହରାଇ ୧୯୬ ରନ କରିଛି। ଫଳରେ ନିର୍ଦ୍ଧାରିତ ୨୦ଓଭରରେ ଆରସିବି ସମ୍ମୁଖରେ ୧୯୭ ରନର ବିଶାଳ ବିଜୟ ଲକ୍ଷ୍ୟ ରଖିଛି।