ଭୁବନେଶ୍ୱର, ୦୨/୦୯ : ବାଙ୍କୀରେ ଡେଙ୍ଗୁ ଆତଙ୍କ। ଦୁଇ ଜଣ ସୁସ୍ଥ ହୋଇ ଘରକୁ ଫେରୁଥିବାବେଳେ ଆଉ ଜଣେ ଚିକିତ୍ସିତ ହେଉଛନ୍ତି । ଗତ ମାସରେ ଜଣେ ରୋଗୀ ପୁରୀରୁ ଡେଙ୍ଗୁରେ ଆକ୍ରାନ୍ତ ହୋଇ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଡମପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି କେରଳରେ କାର୍ଯ୍ୟ କରୁଥିଲେ ସେଠାରେ ଜ୍ୱରରେ ପୀଡିତ ହୋଇ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ପରୀକ୍ଷା ପରେ ଡେଙ୍ଗୁ ଜଣାପଡ଼ିବାରୁ ତାଙ୍କୁ ଚିକିତ୍ସା କରା ଯାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି ଠାରୁ ଢ଼ସଂର ଗାଁର ଜଣେ ବ୍ୟକ୍ତି ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ଜଣେ ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ଆଲୋକ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି ।