ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିନୀତିରେ ବିଭ୍ରାଟ, ହୋଇପାରୁନି ନବାନ୍ନ ଲାଗି

ଭୁବନେଶ୍ୱର, ୧୪/୦୧ : ଆଜି ମକର ସଂକ୍ରାନ୍ତିରେ ବନ୍ଦ ରହିଛି ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି । ଆଜି ମହାଦେବଙ୍କ ପାଖରେ ନବାନ୍ନ ଲାଗି ହୋଇଥାନ୍ତା । ହେଲେ ୧୨ ଘଣ୍ଟାରୁ ଅଧିକ ସମୟ ଧରି ଉପବାସରେ ଅଛନ୍ତି ଲିଙ୍ଗରାଜ । ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ବିଗତ କିଛି ବର୍ଷ ହେବ ବିବାଦ ଚାଲିଥିଲା । ଏହାକୁ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା ବଡ଼ୁ ନିଯୋଗ । ଦେବୋତ୍ତର ବିଭାଗକୁ ଏହି ବିବାଦର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ଏଯାଏଁ ଏହାର ସମାଧାନ ହୋଇପାରିଲା ନାହିଁ । ଏଣୁ ଆଜି ସନ୍ଧ୍ୟା ଧୂପ ପରଠାରୁ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତି ବନ୍ଦ ରହିଛି । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ନୀତି ବନ୍ଦ ରହିବ ବୋଲି ଚେତାବନୀ ଦେଇଛନ୍ତି ସେବାୟତ । ବାରମ୍ବାର ପ୍ରଭୁ ଲିଙ୍ଗରାଜ ଉପବାସରେ ରହିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭକ୍ତ ।