ଭୁବନେଶ୍ବର,୨୯/୧୧: ବିଧାନସଭା କାର୍ଯ୍ୟସୂଚୀ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧ ତାରିଖରୁ ୩୧ ତାରିଖ ଯାଏଁ ଚାଳିବ ବିଧାନସଭାର ଶୀତକାଳୀନ ଅଧିବେଶନ । ୨୬ ଦିନ ଧରି ଚାଲିବ ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ୧ଟା ୩୦ଯାଏଁ ବସିବ ଏବଂ ଅପରାହ୍ନ ୪ଟା ରୁ ୬ଟା ଯାଏଁ ଚାଲିବ। ଏପରି ପ୍ରତିଦିନ ୫ ଘଣ୍ଟା ଚାଲିବ। ଅତିରିକ୍ତ ବଜେଟ୍ ୫ଟା ବେଳେ ଉପସ୍ଥାପନ ହେବ। ମୁଲତବୀ ପ୍ରସ୍ତାବ ୯୦ ମିନିଟ୍ ଆଲୋଚନା ହେବ। ବିରୋଧୀ ୫୫ ମିନିଟ୍ ଓ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳ ପାଇଁ ୩୫ ମିନିଟ୍ ରହିବ। ସପ୍ତାହକ ୬ ଦିନ ମଧ୍ୟରେ ୪ ଦିନ ମୁଖ୍ୟ ବିରୋଧୀ ଦଳ ବିଜେପି ପାଇଁ ଓ କଂଗ୍ରେସ ୨ ଦିନ ମୁଲତବୀ ପ୍ରସ୍ତାବ ଦେଇପାରିବ। ରାଜ୍ୟପାଳଙ୍କ ଅଭିଭାଷଣ ଓ ପ୍ରଶ୍ନକାଳ ବେଳେ ହଟ୍ଟାଗୋଳ ନ କରିବାକୁ ବାଚସ୍ପତି ଅନୁରୋଧ କରିଛନ୍ତି।