ନୂଆଦିଲ୍ଲୀ, ୧୬/୦୬ : ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ । ଅନ୍ତିମ ସଂସ୍କାର ପାଇଁ ଚାଟାର୍ଡ ବିମାନ ଯୋଗେ ତାଙ୍କ ମୃତଦେହକୁ ରାଜକୋଟ ପଠାଯିବ । ଆଜି ରାଜକୋଟରେ ମୃତଦେହ ପହଞ୍ଚିବା ପରେ ଶେଷକୃତ୍ୟ ହେବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ତିମ ସଂସ୍କାର ପାଇଁ ରାଜକୋଟରେ ପ୍ରସ୍ତୁତି ଆରମ୍ଭ ହୋଇଛି । ତାଙ୍କ ଶେଷ ଦର୍ଶନ ପାଇଁ ହଜାର ହଜାର ଲୋକ ଶେଷକୃତ୍ୟ ସମୟରେ ଯୋଗଦାନ କରିବେ । ତେଣୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାରରେ ସରକାର ମଧ୍ୟ ସହଯୋଗ କରିବେ ବୋଲି ସୂଚନା ମିଳୁଛି । ଆଜି ବିଜୟ ରୂପାନୀଙ୍କ ଡିଏନଏ ସକାଳ ୧୧:୧୦ ରେ ମେଳ ହୋଇଥିଲା । ଗୁରୁବାର ଅହମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତିକ ବିମାନବନ୍ଦରରୁ ଲଣ୍ଡନ ଗାଟଉଇକ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ AI171 ଟେକ୍-ଅଫ୍ କରିବାର କିଛି ମିନିଟ ମଧ୍ୟରେ ମେଘାନୀ ନଗର ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ଜନବସତି ଏବଂ ମେଡିକାଲ କଲେଜର ଛାତ ଉପରେ ପଡିଥିଲା । ଦୁର୍ଘଟଣାରେ ୨୬୫ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେ ଅହମଦାବାଦ ଯିବାକୁ ଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ ହୋଇଛି ।