ଭୁବନେଶ୍ବର,୨ /୧ : ସମଗ୍ର ଦେଶରେ ଇଣ୍ଡିଆନ ଅଏଲର ଉପଭୋକ୍ତାଙ୍କ ପାଇଁ ଭଲ ଖବର। ରନ୍ଧନ ଗ୍ୟାସ ରିଫିଲ ବୁକିଂ ମିସଡ୍ କଲ୍ରେ ହୋଇଯିବ। ଇଣ୍ଡିଆନ ଅଏଲ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଇଣ୍ଡିଆନ ଅଏଲର ଉପଭୋକ୍ତାମାନେ ଏଣିକି ମୋବାଇଲ ଫୋନରୁ ୮୪୫୪୯୫୫୫୫୫ ନମ୍ବରରେ ଗୋଟିଏ ମିସକଲ୍ ଦେଲେ ଘରେ ଗ୍ୟାସ ପହଁଚିଯିବ ଓ ନୂଆ ଗ୍ୟାସ ସଂଯୋଗ ପାଇଁ ପଞ୍ଜୀକରଣ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।