ନୂଆଦିଲ୍ଲୀ: ତିନି ଦିନର ହ୍ରାସ ପରେ ଶୁକ୍ରବାର ଦିନ ସୁନା ଓ ରୂପା ହାରରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଶୁକ୍ରବାର ଦିନ ସୁନା ମୂଲ୍ୟର ପୂର୍ବ ରେକର୍ଡ ଭାଙ୍ଗିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୬,୭୩୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୧୫୦ ଟଙ୍କା ଓ ୫୬,୮୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୭,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୩୦୦ ଟଙ୍କା କମି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
