ଜଳୁଛି ସାରା ଓଡିଶା : ୨୬ ତାରିଖ ଯାଏ ହିଟୱେଭ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର, ୨୩/୦୪ : ଜଳୁଛି ସାରା ଓଡିଶା । କଲବଲ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି । ଝାରସୁଗୁଡ଼ା, ସମ୍ବଲପୁର, ହୀରାକୁଦ ଓ ରାଉରକେଲାରେ ଅସହ୍ୟ ଗରମ । ଆସନ୍ତା୨୬ ତାରିଖ ଯାଏ ହିଟୱେଭ ୱାର୍ଣ୍ଣିଂ ଜାରି । ଆଜି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲା ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ସୋନପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ହିଟୱେଭ ପାଇଁ ଅନୁଗୁଳ, ନୂଆପଡ଼ା ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗରମ ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲା ଓ ଉଷ୍ମ ରାତି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୨୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ୩ ଦିନରେ ଦିନ ତାପମାତ୍ରାରେ ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ୪୬.୨ ଡିଗ୍ରି ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ରେକର୍ଡ କରାଯାଇଛି ।

Leave A Reply

Your email address will not be published.