ଭୁବନେଶ୍ୱର, ୦୬/୦୮ : ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ ପ୍ରବଳ ବର୍ଷା ଚେତାବନୀ । ଏଥିସହ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ଚେତାବନୀ । ଆସନ୍ତା ୨୪ ଘଣ୍ଟା ପାଇଁ ସାରା ରାଜ୍ୟରେ ବର୍ଷା ହେବାର ଆଶଙ୍କା ଥିବାବେଳେ ଆସନ୍ତାକାଲି ପାଇଁ ୨୧ ଜିଲ୍ଲା କୁ ଜାରିୟେଲୋ ୱାର୍ଣ୍ଣିଂ ଚେତାବନୀ । ୮ ତାରିଖ ବେଳକୁ ଦକ୍ଷିଣ ବଙ୍ଗଳାଦେଶ ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା। ଏପଟେ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ।
ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡ଼ା, ସୋନପୁର, ବରଗଡ଼ ଏବଂ ସମ୍ବଲପୁର । ୯ ତାରିଖ ସକାଳ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ଅଧା ଓଡ଼ିଶାରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ । ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ମଧ୍ୟ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ସୁନ୍ଦରଗଡ଼ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି ।