ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ୨୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୦୬/୧୦ : ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଘଡଘଡି ସାଙ୍ଗକୁ ୬୦ ବେଗରେ ପବନ ବୋହିବାର ସମ୍ଭାବନା ମଧ୍ୟ ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି।

 

SBI_Festive_Digital Billboard