ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର, ୧୬/୦୮ : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିଛି । ବିଶେଷକରି ଉତ୍ତର ଓଡ଼ିଶାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।