ଭୁବନେଶ୍ୱର, ୦୮/୦୮ : ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ । ଆଜି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ଦୁଇ ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପାଣିପାଗ କେନ୍ଦ୍ର । ବାକି ଜିଲ୍ଲାମାନଙ୍କରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।