ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨/୦୯ : ଆସୁଛି ଆଗକୁ ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପୁଣି ଭିଜିବ ଓଡିଶା। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ୧୬ ତାରିଖ ଯାଏ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଆଜି ଏବଂ ଆସନ୍ତାକାଲି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ସେହିପରି କାଲି ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ସେପ୍ଟେମ୍ବର ୧୨ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର। ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

SBI_Festive_Digital Billboard