ଭୁବନେଶ୍ୱର, ୮/୯ : ଆସନ୍ତା ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ପାଇଁ ୧୩ ଜିଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି। ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ମୟୁରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ୱର, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଏବଂ ଭଦ୍ରକ ।
ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହାଛଡ଼ା ଭୁବନେଶ୍ୱର ଓ କଟକରେ ମଧ୍ୟ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।