ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୦୯/୧୦ : ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡଘଡି ଏବଂ ବଜ୍ରପାତ ଘଟୁଛି। ପୁଣି ଥରେ ଦକ୍ଷିଣ ବାଂଲାଦେଶ ଓ ରାଜ୍ୟରେ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏପରିକି ଏହା ଆସନ୍ତା ୯ ତାରିଖ ଯାଏ ଏହା ସକ୍ରିୟ ରହିବ। ଏଥିପାଇଁ ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରଭାବ। ଆସନ୍ତାକାଲି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଏହାସହିତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

SBI_Festive_Digital Billboard