ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦର ମୂଳ ମାମଲା ସହ ସମସ୍ତ ପିଟିସନଗୁଡ଼ିକୁ ଖାରଜ କରିଛନ୍ତି ହାଇକୋର୍ଟ । ମାମଲା ସୁପ୍ରିମକୋର୍ଟରେ ଖାରଜ ହୋଇଥିବାରୁ ଆଉ ଶୁଣାଣିର ଆବଶ୍ୟକତା ନଥିବା କହିଛନ୍ତି ହାଇକୋର୍ଟ । ଏହା ଏକ ଜନସ୍ୱାର୍ଥ ମାମଲା ନୁହେଁ ବୋଲି ଦର୍ଶାଇଛନ୍ତି ହାଇକୋର୍ଟ ।

ପୂର୍ବରୁ ଏ ସଂକ୍ରାନ୍ତୀୟ ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିସାରିଥିଲେ । ସୁପ୍ରିମକୋର୍ଟଙ୍କ ଉକ୍ତ ନିର୍ଦ୍ଦେଶକୁ ଆଧାର କରି ହାଇକୋର୍ଟ ମଧ୍ୟ ଏହା କହିଛନ୍ତି ଯେ, ପରିକ୍ରମା ପ୍ରକଳ୍ପ ସମ୍ପର୍କିତ ଆବେଦନକୁ ଜନସ୍ବାର୍ଥ ମାମଲା କୁହାଯାଇ ପାରିବନାହିଁ । ତେଣୁ ମୂଳ ମାମଲା ସହିତ ଅନ୍ୟ ସମସ୍ତ ବିଚାରାଧୀନ ମାମଲାଗୁଡ଼ିକୁ ହାଇକୋର୍ଟ ଖାରଜ କରିଛନ୍ତି । ଯେହେତୁ ପୂର୍ବରୁ ସୁପ୍ରିମକୋର୍ଟ ମାମଲାକୁ ରଦ୍ଦ କରିସାରିଛନ୍ତି, ତେଣୁ ଆଉ ଶୁଣାଣି କରିବାର ଆବଶ୍ୟକତା ନାହିଁ ବୋଲି ମୁଖ୍ୟ ବିଚାରପତିଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ରାୟ ଶୁଣାଇଛନ୍ତି ।