ଆଜିର ରାଶିଫଳ – ୧୪ ଜୁନ୍ ୨୦୧୮ (ଗୁରୁବାର)

0

ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ଓ ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର : ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବୃଷ:–ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପତ୍ନୀ ଏବଂ ସନ୍ତାନଙ୍କ ସହ ଭ୍ରମଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପାରିବାରିକ ସ୍ଥିତି ସୁଧିରିଯିବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–ସାମାଜିକ ପ୍ରତିଷ୍ଠା ବଢ଼ିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର : ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ ।

କର୍କଟ:–ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିଜର ଭୁଲ୍ ଯୋଗୁଁ ବ୍ୟବସାୟରେ ହାନି ହେବ। ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ। କର୍ମ କ୍ଷେତ୍ରରେ ଉପେକ୍ଷା ଓ ବ୍ୟବହାର ଯୋଗୁଁ କ୍ଷତି ସହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ପ୍ରତିକାର : ଷଣ୍ଢକୁ କିଛି ଖାଦ୍ୟ ଖୁଆନ୍ତୁ।

ସିଂହ:–ପୁରୁଣା ସମସ୍ୟା ସୁଧୁରିଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

କନ୍ୟା:–ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:–ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦ ଆଗକୁ ବଢ଼ିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ପ୍ରତିକାର:- ଅନ୍ଧ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ ।

ବିଛା:–ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ।ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ବିପରୀତ ଖବର ଶୁଣି ଗୃହରେ ଅଶାନ୍ତ ବାତାବରଣ ଦେଖା ଦେବ। ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହିବେ। ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ଅଧିକ ସମସ୍ୟା ଭିତରକୁ ଟାଣି ନେବ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ। ପ୍ରତିକାର:- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

ଧନୁ:–ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପ୍ରତିକାର :- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ।

ମକର:–ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ।’

କୁମ୍ଭ:–ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ମହିଳାମାନେ ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଜିବ। ମାନସିକ ଏକାଗ୍ରତା ଭଙ୍ଗ ହେବ। ପ୍ରତିକାର :- ମାଙ୍କଡକୁ କଦଳୀ ଦିଅନ୍ତୁ।

ମୀନ:–ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ପ୍ରତିକାର :- ଅନ୍ଧ ଭିକାରୀଙ୍କର ସେବା କରନ୍ତୁ।

Leave A Reply

Your email address will not be published.