ମେଷ:-ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ମହିଳାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର :- ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।
ବୃଷ:-ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ କମ୍ ରୁଚି ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ନିନ୍ଦିତ ଓ ଅପମାନିତ ହେବେ। କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।
ମିଥୁନ :-ବ୍ୟବସାୟରେ ଭଲ ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ଭଲ ସମୟ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର : ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ :-ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ମହିଳାମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆର୍ଥିକ ଅନାଟନ ଦେଖା ଦେବ। ପ୍ରତିକାର : ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।
ସିଂହ :-କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗ ହେବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର:- ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।
କନ୍ୟା :-କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରତିକାର : ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।
ତୁଳା:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହେବେ। ମହିଳାମାନଙ୍କର ସ୍ୱାସ୍ଥ୍ୟ ଖରାପ ହେବ। ପରିବାରରେ ଅଶାନ୍ତି ଦେଖାଦେବ। ପ୍ରତିକାର:- ନାଲି ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।
ଧନୁ:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର : ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।
ମକର:-କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ପ୍ରତିକାର :- ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବ୍ୟବସାୟକ୍ଷେତ୍ରରେ ଆର୍ଥିକ ଉନ୍ନତି ଦେଖାଦେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିବେ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମୀନ:-ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପ୍ରତିକାର : କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।