ଆଜିର ରାଶିଫଳ ୧୭ ଜୁନ୍ ୨୦୧୮ (ରବିବାର)

ମେଷ:–ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ବୃଷ:–କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ବା ଦାନ ଗ୍ରହଣ କରନ୍ତୁ ନାହିଁ।

କର୍କଟ:–ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ସିଂହ:–ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ଚାକିରୀଜୀବି ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତିରେ ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ ଓ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ।

କନ୍ୟା:–ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଚାକିରୀ ଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।

ତୁଳା:–ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ମହିଳାମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବିଚ୍ଛା:–ବ୍ୟବସାୟମାନେ ଅଧିକ ଲାଭ କରିବେ। ଚାକିରୀଜୀବିମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ବୃଦ୍ଧ ବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।

ଧନୁ:–ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ କଷ୍ଟ ଅନୁଭବ କରିବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ। ମହିଳାମାନଙ୍କର ଉତ୍ସାହହାନୀ ଘଟିବ ଓ ସନ୍ତାପ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସହେବ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଅସାନ୍ତି ହେବେ। ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ମକର:–ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ଚାକିରୀଜୀବିମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକଙ୍କୁ ଅନ୍ନ ଦାନ କରନ୍ତୁ।

କୁମ୍ଭ:–ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଚାକିରୀଜୀବିମାନେ, ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ। ମହିଳାମାନେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ମୀନ:–ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତିରେ କୂଟନୀତିର ଶୀକାର ହେବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- କଳା ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ।