ଆଜିର ରାଶିଫଳ – ୨୦ ଜୁନ୍ ୨୦୧୮ (ବୁଧବାର)

0

ମେଷ- ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ବୃଷ- କର୍ମକ୍ଷେତ୍ରରେ ସଫଳତା ଓ ଚାକିରିରେ ପଦୋନ୍ନତି ହେବାର ସୂଚନା ପାଇବେ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଜିବ। ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ହଇରାଣ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ- କର୍ମକ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା, ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖିବେ। ଛାତ୍ର-ଛାତ୍ରୀମାନଙ୍କର ମନ ଉତ୍ତେଜିତ ରହିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ- ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବାଫଳରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ସିଂହ- ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ। କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା- ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ପରିବହନ ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା- ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଚାକିରିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ। ପାରିବାରିକ ଜୀବନରେ ଗୁରୁଜନ କେହି ଅସନ୍ତୁଷ୍ଟରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବିଛା- ପତ୍ନୀଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନାନା ବାଟରେ ଧନାଗମ ଘଟିବ ।ପାରିବାରିକ ଜୀବନରେ ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ଧନୁ- ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ।ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ- କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଓ କର୍ମର ଚାପ ବଢିବାଦ୍ଵାରା କଷ୍ଟପାଇବେ। ମହିଳାମାନେ କର୍ମ ଓ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ରାଜନୀତି କ୍ଷେତ୍ରରେ ଅନ୍ତରଙ୍ଗ ବ୍ୟକ୍ତି ବିଶ୍ୱାସଘାତକତା କରିବେ। ଅଯଥାରେ ଧନନାଶ ହେବ। ଦୁର୍ଘଟଣାଗ୍ରସ୍ତ, ହାଡ଼ସମ୍ବନ୍ଧୀୟ ଦୁର୍ଘଟଣା ଘଟିବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ- ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଜୀବନ ସୁଖରେ କାଟିବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ।ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Leave A Reply

Your email address will not be published.