ମେଷ:– ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମସମୟ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧିପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ପ୍ରତିଯୋଗିତାରେ ଓ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।
ବୃଷ :– ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗ ସାଥିଙ୍କ ଠାରୁ ଦୂରରେ ରହିବେ। ପରୀକ୍ଷା- ପ୍ରତିଯୋଗିତା, ବାଦ-ବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର:- ବିଧବାଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:– ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ପରୀକ୍ଷା- ପ୍ରତିଯୋଗିତା, ବାଦ-ବିବାଦ ଓ ମାଲିମୋକଦ୍ଦମା ବିପକ୍ଷରେ ଯିବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କାଲେ ଭଲ। ମହିଳା ମାନଙ୍କର ସାମାଜିକ ସ୍ଥିତି ଓ ମାନ-ସମ୍ମାନ ବୃଦ୍ଧିହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।
କର୍କଟ:– କର୍ମକ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ପଡ଼ୋଶୀ ଏବଂ ଆତ୍ମିୟମାନେ ମିଶି ଆପଣଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବେ। ବିରକ୍ତି ସ୍ୱଭାବ, ଭାତୃ ବିବାଦ ଓ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ କ୍ଷୀରଗୁଡ ପଣାକରି ଢାଳନ୍ତୁ ।
ସିଂହ:– ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର:- କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ ।
କନ୍ୟା:– ପରୀକ୍ଷାପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ବ୍ୟବସାୟ ଓ କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ପ୍ରତିକାର:- ଭିକାରୀକୁ ଖାଇବାକୁ ଦେବେ ।
ତୁଳା:– ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ବ୍ୟତିକ୍ରମ ଦେଖା ଦେବ। ପ୍ରତିକାର- ଅସହାୟ ଙ୍କୁ ଖାଦ୍ୟ ଦିଅନ୍ତୁ।
ବିଚ୍ଛା :– ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ବୃଦ୍ଧି ହେବ। ପେଟ ରୋଗରେ ଯନ୍ତ୍ରଣା ଅନୁଭବ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷାପ୍ରତିଯୋଗିତା ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।
ଧନୁ:– ପାରିବାରିକ ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।
ମକର :– ପାରିବାରିକ ଜୀବନରେ ଅନେକପ୍ରକାରର ବାଧାବିଘ୍ନ ଘଟିବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ଚିନ୍ତିତ ରହିବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର- ଗୋମତାକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ :– ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟ ବୃଦ୍ଧାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।
ମୀନ:– ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ,ମାଲିମୋକଦ୍ଦମା,ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର :- ଗୁଡ଼ ରୁଟି ଗାଈକୁ ଖାଇବାକୁ ଦେବେ।