ଆଜିର ରାଶିଫଳ – ୦୯ ଜୁନ ୨୦୧୮ (ଶନିବାର)

0

ମେଷ:– ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ବୃଷ:– ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:– ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କର୍କଟ:– ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ ।

ସିଂହ :– ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ। ରାଜନୀତି ସ୍ତରରେ ମାନହାନି ହେଲାଭଳି ପରିସ୍ଥିତି ଦେଖାଦେଇ ପରେ। ଆର୍ଥିକ, ପାରିବାରିକ ଓ ବ୍ୟବସାୟିକକ୍ଷେତ୍ରରେ ସମସ୍ୟା ଦେଖାଦେବ । ପ୍ରତିକାର:- ମସୁର ଡାଲି, ରକ୍ତ ଚନ୍ଦନ ମନ୍ଦିରରେ ଦାନ କରନ୍ତୁ।

କନ୍ୟା:– ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:- ବିଧବାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:– ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ବିଚ୍ଛା :– ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:– ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦେଖାଦେବ। ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ମକର :– କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର:-ଭିକାରିଙ୍କୁ ନିରାଶ ନକରି ଅନ୍ନଦାନ କରନ୍ତୁ।

କୁମ୍ଭ:– ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ। ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ମୀନ:– ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତିରେ କୂଟନୀତିର ଶୀକାର ହେବେ। ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- କଳା ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ।

Leave A Reply

Your email address will not be published.