ନୂଆଦିଲ୍ଲୀ, ୦୧/୦୯ : ଅଧରାତିରେ ଭୟଙ୍କର ଭୂମିକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ମାପ କରାଯାଇଥିଲା । ଭୂକମ୍ପରେ ୬୨୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିବା ବେଳେ ୫୦୦ରୁ ଅଧିକ ଆହତ ହୋଇଛନ୍ତି । ଅନେକ ସହରରେ ବହୁତ କ୍ଷୟକ୍ଷତି ହୋଇଛି । ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ଏହାର ଝଟକା ଭାରତର ଅନେକ ସ୍ଥାନରେ, ବିଶେଷକରି ଦିଲ୍ଲୀ-NCRରେ ମଧ୍ୟ ଅନୁଭୂତ ହୋଇଥିଲା । ଏହା ବ୍ୟତୀତ ପାକିସ୍ତାନରେ ମଧ୍ୟ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର ଝଟକା ଏତେ ତୀବ୍ର ଥିଲା ଯେ, ପାକିସ୍ତାନ ସହ ଦିଲ୍ଲୀ ଏନସିଆର ଓ ନୋଏଡାରେ ବି ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ହେଲେ ଭାରତରେ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ନାହିଁ।
ଆଫଗାନିସ୍ତାନ ନାଙ୍ଗରହାର ଜନସ୍ୱାସ୍ଥ୍ୟ ବିଭାଗର ମୁଖପାତ୍ର କହିଛନ୍ତି ଯେ, ଭୂମିକମ୍ପର ତୀବ୍ର ଝଟକା ଯୋଗୁଁ ଅତି କମରେ ୫୦୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭୂମିକମ୍ପ ଆଫଗାନିସ୍ତାନରେ ଭୂମିକମ୍ପ ଯୋଗୁଁ ବହୁ ସଂଖ୍ୟକ ଘର ମାଟିରେ ମିଶିଯାଇଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ସମ୍ଭାବନା ଥିବା ତାଲିବାନ ସରକାର ଆଶଙ୍କା କରୁଛି ।
