ଭୁବନେଶ୍ୱର,୨୩ /୫ : ପୁର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ତେବେ ଏହା ଆହୁରି ତୀବ୍ର ହୋଇ ୨୬ ତାରିଖରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତି ଭୟଙ୍କର ରୁପ ନେଇ ଉପକୁଳ ଅତିକ୍ରମ କରିବ । ଭାରତୀୟ ପାଣିପାଗ ବିଭାଗ ତରଫରୁ ଏନେଇ ସତରକ୍ ସୂଚନ ଜାରି କରାଯାଇଛି । ତେବେ ରାଜ୍ୟରେ ଥିବା ଉପକୂଳିଆ ଅଞ୍ଚଳରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଅବପାତରେ ପରିଣତ ହୋଇଛି ବଙ୍ଗୋପସାଗରରେ ୱେଲମାର୍କରେ ଲୋ- ପ୍ରେସର । ଏହା ୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ବାତ୍ୟାର ରୂପ ନେବା ପରେ ‘ୟାସ’ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।
୨୬ ତାରିଖ ସନ୍ଧ୍ୟାରେ ପାରାଦ୍ବୀପ ଓ ସାଗର ଦ୍ବୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ ବୋଲି ସେ କହିଛନ୍ତି । ସେହିପରି ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୫୫ରୁ ୧୬୫ କିଲୋମିଟର ରହିବ । ବେଳେବେଳେ ପବନର ବେଗ ୧୮୫ କିଲୋମିଟର ମଧ୍ୟ ଛୁଇଁବ । ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ୨୫ରୁ ପବନର ବେଗ ବଢିବାକୁ ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।
ଏହାର ପ୍ରଭାବରେ ଓଡିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨୬ ତାରିଖରେ ବାତ୍ୟା ସମୁଦ୍ର ପଥରେ ଓଡିଶା ଉପକୂଳ ଗତି କରିବା ସମୟରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି ।