ଭାରତରେ ୧୩,୦୯୧ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୯୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୦୧,୬୭୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୨,୧୮୯ରେ ପହଞ୍ଚିଛି।