ନୂଆଦିଲ୍ଲୀ ୧୬/୦୪ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଶନିବାର ଅପେକ୍ଷା ରବିବାର ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି ପାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଦିଲ୍ଲୀରୁ ୫, ଛତିଶଗଡ ଓ ରାଜସ୍ଥାନରୁ ୩ ଜଣ ଲେଖାଏଁ, ମହାରାଷ୍ଟ୍ର ଓ କର୍ଣ୍ଣାଟକରୁ ୨ ଜଣ ଲେଖାଏଁ ଥିବା ବେଳେ ଏବଂ ହରିୟାଣା, ଓଡିଶା, ତାମିଲନାଡୁ ଓ ଉତ୍ତରାଖଣ୍ଡରେ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୧୧୪ରେ ପହଞ୍ଚିଛି।
