ନୂଆଦିଲ୍ଲୀ, ୧୫/୬: ଦେଶରେ ଆଜି ୬୦,୪୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୦,୪୭୧ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୨୬ ରେ ପହଞ୍ଚିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୭୦ ହଜାର ୮୮୧ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୭ ହଜାର ୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୨ ଲକ୍ଷ ୮୦ ହଜାର ୪୭୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୧୩୩୭୮।