ଭାରତରେ ୧୫,୯୦୬ ନୂଆ କୋଭିଡ୍‌-୧୯ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ବହୁତ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୭୫,୪୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୪,୨୬୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୪୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୪୮,୬୦୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୨,୫୯୪।