ଭାରତରେ ୧୨,୩୮୦ ନୂଆ କୋଭିଡ୍‌ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଢେର୍‌ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୫ ଶହ ପାଖାପାଖି ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୩୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୭୩,୩୦୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୮,୧୮୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୬୬୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୫୫,୪୪୨।