ଦେଶରେ ଆଜି ୧,୭୩,୭୯୦ କୋଭିଡ୍‌ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୬୧୭

ନୂଆଦିଲ୍ଲୀ,୨୯ /୫ : ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୩,୭୯୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୩,୬୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୭୭,୨୯,୨୪୭ ଓ ମୃତ୍ୟୁସଂଖ୍ୟା ୩,୨୨,୫୧୨ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୮,୭୨୪। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୮୯, ୦୨,୪୪୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୮ ତାରିଖ ସୁଦ୍ଧା ସମୁଦାୟ ୩୪,୧୧,୧୯,୯୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୮୦,୦୪୮ଟି ନମୁନା।