ଦେଶରେ ଆଜି ରେକର୍ଡ ସଂଖ୍ୟକ ୩,୪୯,୬୯୧ କରୋନା ସଂକ୍ରମଣ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨, ୭୬୭

ନୂଆଦିଲ୍ଲୀ,୨୫ /୪ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୪୯,୬୯୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨,୭୬୭ ମୃତ୍ୟୁ ରେକର୍ଡ ହୋଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୬୯,୬୦,୧୭୨ ଓ ମୃତ୍ୟୁସଂଖ୍ୟା ୧, ୯୨,୩୧୧ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୧୭,୧୧୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୪୦,୮୫,୧୧୦ରେ ପହଞ୍ଚିଛି।