ଦେଶରେ ୩୯,୦୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନା ଜନିତ ସଂକ୍ରମଣ ସଂଖ୍ୟା ୪୦ ହଜାର ପାଖାପାଖି ରହିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହ ପାଖାପାଖି ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୯,୩୪,୪୫୫ ଓ ମୃତ୍ୟୁସଂଖ୍ୟା ୪,୨୭,୮୬୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୧୦ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୦,୯୯,୭୭୧ରେ ପହଞ୍ଚିଛି। ଏହା ଛଡା, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୬,୮୨୨।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫୦,୬୮,୧୦,୪୯୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଏହା ସହ ଗତ ୨୪ଘଣ୍ଟା ରେ ୫୫,୯୧,୬୫୭ଜଣ ଲୋକେ ଟିକା ନେଇଛନ୍ତି |

Comments are closed.