ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୪୮୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୫୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୭,୬୨,୭୯୩ ଓ ମୃତ୍ୟୁସଂଖ୍ୟା ୩,୮୩,୪୯୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୮୮,୯୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୫,୮୦,୬୪୭ରେ ପହଞ୍ଚିଛି।