ଦେଶରେ ୩.୯ ଲକ୍ଷ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩.୯ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟ ସର୍ବାଧିକ ରହିଛି

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୨,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୬୮୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୯୫,୫୭,୪୫୭ ଓ ମୃତ୍ୟୁସଂଖ୍ୟା ୨, ୧୫,୫୪୨ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୦୭,୮୬୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୯,୯୨,୨୭୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୩,୪୯,୬୪୪।