ଭାରତର ବିକାଶ ଯାତ୍ରାରେ ଜାପାନର ମହତ୍ତ୍ବପୂର୍ଣ୍ଣ ଅବଦାନ ରହିଛି : ମୋଦୀ

ଟୋକିଓ,୨୩ /୫ : ଭାରତ ଓ ଜାପାନ ପ୍ରାକୃତିକ ସହଯୋଗୀ, ଉଭୟ ଦେଶ ମଧ୍ୟରେ ଆଧ୍ୟାତ୍ମିକତା ଓ ସହଯୋଗର ବନ୍ଧନ ରହିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଟୋକିଓଠାରେ ଚାଲିଥିବା କ୍ବାଡ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେଠାକୁ ଯାଇଥିବାବେଳେ ମୋଦୀ ଆଜି ଭାରତୀୟ ସଂପ୍ରଦାୟକୁ ଭେଟିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଭାରତୀୟ ସଂପ୍ରଦାୟ ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସୁଦୃଢ କରୁଛନ୍ତି । ସେମାନେ ଜାପାନରେ ଭାରତକୁ ନେଇଆସିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ସ୍ବାମୀ ବିବେକାନନ୍ଦଙ୍କ ଉପରେ ଜାପାନର ଗଭୀର ପ୍ରଭାବ ପଡ଼ିଥିଲା । ଅନ୍ୟପକ୍ଷରେ ଆଜିର ବିଶ୍ବ ସମସ୍ୟାର ସମାଧାନ ପାଇଁ ଭଗବାନ ବୁଦ୍ଧଙ୍କ ପ୍ରଦର୍ଶୀତ ମାର୍ଗର ଅନୁସରଣ କରାଯିବା ଉଚିତ ବୋଲି ସେ କହିଛନ୍ତି ।