ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଶନିବାର ଶ୍ରୀମନ୍ଦିର ପରିଚାଳନ ବୈଠକ ଅନୁଷ୍ଠିତ ହୋଇଛି । ଗଜପତି ମହାରାଜାଙ୍କ ଅଧ୍ୟକ୍ଷରେ ବସିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦିପ୍ତ ମହାପାତ୍ର, ଜିଲ୍ଲା ଅରିବିନ୍ଦ ଅଗ୍ରୱାଲ, ଏସପି ଏବଂ ପରିଚାଳନା କମିଟିର ସଦସ୍ୟ ମାନେ ଉପସ୍ଥିତ ରହିଛନ୍ତି । ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରୀତିନୀତି ନିଘଣ୍ଟ ଓ ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା ହୋଇଛି । ଏଥିସହିତ ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଥିବା ସୂଚନା ମିଳିଛି ।