ବିଜେପି ନେତା ଜୁଏଲ୍‌ ଓରାମ୍‌ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୫ /୪ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୁଏଲ୍‌ ଓରାମ୍‌ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍‌ କରି ଜୁଏଲ୍‌ ଓରାମ୍‌ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି।