ଆଜି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ମାଲକାନଗିରି, କୋରାପୁଟ, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର ଓ କେଉଁଝର ଜିଲ୍ଲାରେ ଝଡ଼ତୋଫାନ ହେବ। ପବନ ମଧ୍ୟ ବୋହିବ।
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆଠ ତାରିଖ ବେଳକୁ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। ପବନ ବୋହିବା ସହିତ ବଜ୍ରପାତ ବି ହେବ। ଏହି ସମୟରେ ସତର୍କ ରହିବାକୁ ଭୁବନେଶ୍ୱ ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ମଧ୍ୟ କୁହାଯାଇଛି।
Prev Post