ଭୁବନେଶ୍ୱର, ୨୪/୧୦ : ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ ପ୍ରସ୍ତୁତ ହେବ କୋଠ ଭୋଗ । ରଥଯାତ୍ରା ସମୟରେ ବଳଭଦ୍ର ଜୈବିକ ଚାଷ ମିଶନ ଦ୍ୱାରା ପ୍ରସ୍ତୁତ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ କରାଯିବ । ଏନେଇ ସୂଚନା ଦେଇଛନ୍ତି କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ । ବରଗଡ଼, କଟକ ଏବଂ କୋରାପୁଟ ଜିଲ୍ଲାରେ ଜୈବିକ ଚାଷ କରାଯାଉଛି । ବଳଭଦ୍ର ଜୈବିକ ଚାଷ ମିଶନରେ ଜୈବିକ ଚାଷ ପାଇଁ ସହାୟତା ଦିଆଯାଇଛି । କୋଠ ଭୋଗ ପାଇଁ ଆବଶ୍ୟକୀୟ ପରିମାଣର ଚାଉଳ ଅମଳ ହେବ । ଯଦି ବଳକା ରହେ କିଛି ପରିମାଣର ମହାପ୍ରସାଦ ମଧ୍ୟ କରାଯିବ । ଆନନ୍ଦ ବଜାରରେ ଜୈବିକ ମହାପ୍ରସାଦ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର । ପରବର୍ତ୍ତୀ ସମୟରେ ଜୈବିକ ପନିପରିବା ମଧ୍ୟ ବ୍ୟବହାର କରାଯିବ । ଗତ ରଥଯାତ୍ରା ବେଳେ ମାଉସୀ ମା’ ମନ୍ଦିରରେ ମହାପ୍ରଭୁଙ୍କ ଆଡପ ମଣ୍ଡପ ଭୋଗରେ ବ୍ୟବହାର ହୋଇଥିଲା ଜୈବିକ ଚାଉଳ ।
