ଭୁବନେଶ୍ୱର,୨/୫: କରୋନା ସଂକ୍ରମଣକୁ ରୋକିବାକୁ ଶେଷରେ କଡା ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ସଂକ୍ରମଣକୁ ବ୍ରେକ୍ ଦେବାକୁ ଶେଷ ବିକଳ୍ପ ନିଆଯାଇଛି । ରାଜ୍ୟରେ ଲାଗିଛି ୧୪ ଦିନିଆ ଲକଡାଉନ୍ ।
ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଲକଡାଉନ୍ ନେଇ ଘୋଷଣା କରାଯାଇଛି । ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ କରାଯାଇଛି। ଏହି ସମୟରେ ସମସ୍ତ ସାଧାରଣ ଚଳାଚଳ ବନ୍ଦ ରହିବ । କେବଳ ଜରୁରୀକାଳିନ ସେବା ଜାରି ରହିବ । ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। pic.twitter.com/l7nO7He5Fw
ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ବିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ ।