ଭୁବନେଶ୍ୱର, ୧୨/୦୯ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ସଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତି ଅଞ୍ଚଳରେ ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ସେହିପରି ୧୪ ତାରିଖ ପାଇଁ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
