୧୩ରେ ଲଘୁଚାପ : ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର, ୦୯/୦୮ : ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଭଲ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳୁ ରାଜଧାନୀ ଭୁବେନେଶ୍ବରରେ ମେଘୁଆ ପାଗ ରହିଛି । ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ଲାଗି ରହିଛି । ଆଜି ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସତର୍କ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।