ବଙ୍ଗୋପସାଗରରେ ଲଘୁଚାପ : ଆଜି ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର, ୧୩/୦୯ : ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆଜି ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ବିଜୁଳି, ଘଡ଼ଘଡ଼ି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି ।

SBI_Festive_Digital Billboard