ବଙ୍ଗୋପସାଗରରେ ଲଘୁଚାପ : ରାଜ୍ୟର ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୪/୦୮ : ଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଏହା ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।