ସାରା ରାଜ୍ୟରେ ଜାରି ରହିଛି ବର୍ଷା, ବଢ଼ୁଛି ବନ୍ୟା ଚିନ୍ତା

ଭୁବନେଶ୍ୱର, ୧୬/୦୮ : ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ଜାରି ରହିଛି ବର୍ଷା । ଟୁଇନ୍ ସିଟି କଟକ, ଭୁବନେଶ୍ବର ସମେତ ଭଦ୍ରକ, ବାଲେଶ୍ବର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଆଜି ବାଲେଶ୍ବର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହାସହ ବାକି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି ।